ନଭେମ୍ବର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମ ଦିବସକୁ ରାଷ୍ଟ୍ରୀୟ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବା ବେଳେ କିସ ବିଶ୍ୱବିଦ୍ୟାଳୟ ପରିସରରରେ ଏହି ମହାନ୍ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ ପ୍ରଶାନ୍ତ ରାଉତରାୟ, କିଟ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତିଙ୍କ ସମେତ କିସର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।















