କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ ଟାଉନ ଥାନା ପୁଲିସ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି। ତାଙ୍କ ନିକଟରୁ ଲୁଟ ହୋଇଥିବା ମୋବାଇଲ ସମେତ ୪ଟି ଚୋରି ବାଇକ ଜବତ କରାଯାଇଛି। ଗିରଫ ଯୁବକ ହେଲେ ଫୁଲବାଣୀ ସହର କୁମ୍ଭାରପଡାର ରାକେଶ ବେହେରା ଓରଫ ଛୋଟୁ(୨୪)। ଏହି ଘଟଣାରେ ସମ୍ପୃକ୍ତ ଆଉ ୨ ଜଣ ଫେରାର ଅଛନ୍ତି। ସେମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ଫୁଲବାଣୀ ଟାଉନ ଥାନାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସଦର ଏସଡିପିଓ ଶୁଭ୍ରଜିତ ବିଶ୍ୱାଳ କହିଛନ୍ତି।















