ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ‘ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଶୁଭାରମ୍ଭ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଭାରମ୍ଭ ହୋଇଯାଉଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବିଭାଗର ତଥା ଶିକ୍ଷା,ସ୍ୱାସ୍ଥ୍ୟ,ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ ଆଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଆଲୋଚନା ହୋଇଥିଲା ।

ଏହି ‘ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର’ କର୍ମଶାଳା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଆଜି ତା.୧୯ ଡିସେମ୍ବର ଠାରୁ ୨୫ ଡିସେମ୍ବର ପର୍ଯ୍ୟନ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁରହିବ। ଏହି ଅବସରରେ ଗଜପତି ଜିଲ୍ଲାରେ ମଧ୍ୟ ଗ୍ରାମପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲାସ୍ତରୀୟ ପର୍ଯ୍ୟନ୍ତ ଜନସାଧାରଣ ଅଭିଯୋଗ ଶୁଣାଣି କରି ସମାଧାନ କରିବା ପାଇଁ ଜିଲ୍ଲା ପ୍ରଶାସନ କାର୍ଯ୍ୟ କରୁଅଛି ।















