ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ପଦ୍ମପୁରସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ଅଭିମୂଖିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି| ଅଧ୍ୟକ୍ଷ ମନୋଜ କୁମାର ପଟନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରର ଜାତୀୟ ସେବା ଯୋଜନା କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ବିଶ୍ୱ ମୋହନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ସେବା ଯୋଜନାର ଆଭିମୁଖ୍ୟ ଉପରେ ଉଦବୋଧନ ରଖିଥିଲେ |















