ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା ସିର୍ତ୍ତିଗୁଡ଼ା ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ନିଶାସକ୍ତ ଜ୍ବାଇଁ ଉନ୍ମୁକ୍ତ କାଣ୍ଡ ଘଟାଇଛି । ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା ଶାଶୁଙ୍କୁ ଲହୁଲୁହାଣ କରିବା ଫଳରେ ବୃଦ୍ଧା ଶାଶୁର ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ପରିବାର ଲୋକେ ବୃଦ୍ଧାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି ।















