ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ପ୍ରଥମେ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ସାପାଗାଣ୍ଡା ସ୍ଥାନରୁ ଏହି ମଶାଲ ବାହାରି ତୁମୁଡିବନ୍ଧ ବ୍ଲକ ଓ କୋଟଗଡ଼ ବ୍ଲକ ପରିକ୍ରମା କରି ବାଲିଗୁଡ଼ା ବ୍ଲକରେ ପହଞ୍ଚିଥୂଲା । ଏହାକୁ ବ୍ଲକ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇ ସମଗ୍ର ସହର ପରିକ୍ରମା କରାଯାଇଥିଲା ।















