ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା ପରିପୋଷଣୀୟ ଜୀବନ ଶୈଳୀ ବିଷୟବସ୍ତୁ କୁ ଆଧାର କରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୪ ଟି ବିଦ୍ୟାଳୟ ର ୩୩ ଶିକ୍ଷାର୍ଥୀ ଭାଗନେଇ ସେମାନଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ବର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜ ଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।















