• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଙ୍ଗଲରୁ ଯୁବକଙ୍କ ଦରପୋଡ଼ା ଶବ ଜବତ : ହତ୍ୟା ସନ୍ଦେହ – ତଦନ୍ତ ଅବ୍ୟାହତ

Proprietor Abhimanyu Maharana by Proprietor Abhimanyu Maharana
January 8, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜଙ୍ଗଲରୁ ଯୁବକଙ୍କ ଦରପୋଡ଼ା ଶବ ଜବତ : ହତ୍ୟା ସନ୍ଦେହ – ତଦନ୍ତ ଅବ୍ୟାହତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ଶବ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା ଥାନା ଆର୍.ନୂଆଗାଁ ପଞ୍ଚାୟତ ଖଲିବେରଣା ଗ୍ରାମର ଦୁର୍ଯ୍ୟୋଧନ ବଗର୍ତ୍ତୀ (୩୫) । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।

ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ରବିବାର ଦିନ ଦୁର୍ଯ୍ୟୋଧନ ଚିକେନ୍ ଖାଇବା ପାଇଁ ତାଙ୍କ ବାପା ଦାଶରଥି ବଗର୍ତ୍ତୀଙ୍କୁ ଟଙ୍କା ମାଗିଥିଲେ। ବାପାଙ୍କ ପାଖରେ ଟଙ୍କା ନଥିବାରୁ ସେ କିଛି ଧାନ ବିକି ଚିକେନ୍ କିଣିବାକୁ ପରାମର୍ଶ ଦେଇଥିଲେ । ଧାନ ବିକ୍ରି କରି ଚିକେନ୍ ଆଣି ଖାଇବା ପରେ ସେହିଦିନ ସନ୍ଧ୍ୟାରେ ଦୁର୍ଯ୍ୟୋଧନ ଘରୁ ବାହାରକୁ ଯାଇଥିଲେ, ମାତ୍ର ଆଉ ଫେରିନଥିଲେ । ଦୁଇ ଦିନ ଧରି ଖୋଜାଖୋଜି କରିବା ପରେ ମଧ୍ୟ ଦୁର୍ଯ୍ୟୋଧନଙ୍କ କୌଣସି ପତ୍ତା ନମିଳିବାରୁ ପରିବାର ପକ୍ଷରୁ ଖଜୁରୀପଡ଼ା ଥାନାରେ ଏତଲା ଦିଆଯାଇଥିଲା ।

ବୁଧବାର ସକାଳେ ଚୂନଘାଟି ଜଙ୍ଗଲରେ ଏକ ଅର୍ଦ୍ଧଦଗ୍ଧ ଶବ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ଟିକାବାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବଟି ଦୁର୍ଯ୍ୟୋଧନଙ୍କର ବୋଲି ଚିହ୍ନଟ କରିଥିଲା । ମୃତକଙ୍କ ବାପାଙ୍କ ଲିଖିତ ଅଭିଯୋଗ ଆଧାରରେ ଟିକାବାଲି ପୋଲିସ କେସ୍ ନଂ ୦୫/୨୫ପ୍ରକାରେ ଏକ ମାମଲା ରୁଜୁ କରିଛି । ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ବୌଦ୍ଧରୁ ଏକ ସାଇଣ୍ଟିଫିକ ଟିମ୍ ଆସି ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରିବା ସହ ଛାନଭିନ୍ ଆରମ୍ଭ କରିଛି ।

ଟିକାବାଲି ଥାନା ଅଧିକାରୀଣୀ ପ୍ରଜ୍ଞା ରିତାମ୍ବର କରଙ୍କ ସୂଚନା ଅନୁଯାୟୀ ଶବ ବ୍ୟବଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଏହି ମାମଲାରେ କିଛି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି । ଖୁବ୍ ଶୀଘ୍ର ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ହେବ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ଜଣାପଡ଼ୁଥିଲେ ମଧ୍ୟ ହତ୍ୟାର ପ୍ରକୃତ କାରଣ ଏବେ ବି ଅସ୍ପଷ୍ଟ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version