No Result
View All Result
ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଉପଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ପ୍ରଣିତା ଦାସ, ଆଇଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ମୁଖ୍ୟବକ୍ତା ଭାବେ ଡ଼.ହୃଷିକେଶ ପଣ୍ଡା,

ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉଜ୍ଜ୍ବଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ଉଦାହରଣ ମାଧ୍ୟମରେ ଉପଦେଶ ଦେଇଥିଲେ । ପ୍ରଥମେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ଅଧ୍ୟାପକ ଡ଼.ସୁଶାନ୍ତ କୁମାର ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଡ଼.ବିଭୁତି ଭୂଷଣ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପଠନ କରିଥିଲେ ।

ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟାପକ ହିମାଂଶୁ ଚରଣ ସାହୁ, ଅରୁନ୍ଧତୀ ପ୍ରଧାନ, ଅସୀମ କୁମାର ନାୟକ, ବିଦ୍ୟାଧର ଦେହୁରି, ପରିଚାଳନା କମିଟିସଦସ୍ୟ, କର୍ମଚାରୀ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

No Result
View All Result