ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଭାରତର ପ୍ରଥମ ନାଗରିକ ତଥା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଅପରାହ୍ନ ୪ଟା ୫୫ରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚି ଲୋକଭବନରେ ରାତ୍ରିଯାପନ କରିଛନ୍ତି । ଆସନ୍ତାକାଲି ବୁଧବାର ସକାଳୁ ମହାମହିମ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ଯାପକ ବ୍ଯବସ୍ଥା କରାଯାଇଛି । ମହାମହିମଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସର୍ବସାଧାରଣ ଦର୍ଶନ ଗୋପାଳବଲ୍ଲଭ ଭୋଗ ଶେଷ ହେବା ପର୍ଯ୍ୟନ୍ତ ସକାଳ ୬ଟାରୁ ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।














