
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ବନ୍ଦେ ମାତରମରୁ ଆରମ୍ଭ ହେଲା ଗୃହକାର୍ଯ୍ୟ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ଡ଼.ହରିବାବୁ କମ୍ଭମପାଟି । କହିଲେ ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ପାଇଁ ସରକାର ପ୍ରତିଶୃତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ଵରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି ।


















