ବାଲିଗୁଡ଼ାତା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ଜଣ ମହିଳା ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ ମହିଳା ଡାକା ଗ୍ରାମରେ ରହୁଥିବା ନିଜ ସମ୍ପର୍କୀୟଙ୍କ ଘରକୁ ସୁଦ୍ଧିକ୍ରିୟା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ।















