• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
March 6, 2026
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଗୁରୁବାର ଚୈତ୍ର ମାସ କୃଷ୍ଣପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି । ୨ୟ ଭୋଗମଣ୍ଡପ ପୂଜା – ୦୫.୨୫,୨ୟ ଭୋଗମଣ୍ଡପ ଶେଷ – ୦୫.୩୫, ମଇଲମ – ୦୫.୫୦,ତଡ଼ପଲାଗି – ୦୬.୧୦, ପହୁଡ଼ ଆଳତି – ୦୬.୨୦, ବନକଲାଗିକୁ ଦତ୍ତ ମହାପାତ୍ର ସନ୍ଧ୍ୟା ୬.୪୦ମିନିଟ ରେ ପ୍ରବେଶ କରିଥିଲେ | ଦତ୍ତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସେବା କରିଥିଲେ ।

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ଦତ୍ତମହାପାତ୍ର’ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥିଲା । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥିଲା । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରିଥିଲେ । ଏହି ନୀତି ସମାପନବେଳେ  ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରଖାଯାଇଥିଲା ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ।

ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶାଯାଇଥିଲା । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ଦେଖାଯାଏ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଇଥାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।ମହାସ୍ନାନ ପରେ ମହାପ୍ରଭୁ ଙ୍କୁ ଭକ୍ତମାନେ ଦର୍ଶନ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version