ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ଏକ ମର୍ମସ୍ପର୍ଶୀ ନାଟକ ‘ବଧୂ ବିଦାୟ’ ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ସଫଳତାର ସହ ମଞ୍ଚସ୍ଥ ହୋଇଯାଇଛି। ଭୁବନେଶ୍ୱରର ବିଶିଷ୍ଟ ନାଟ୍ୟ ଅନୁଷ୍ଠାନ ‘ପଞ୍ଚଧ୍ୱନି ନାଟ୍ୟ ପରିଷଦ’ ଦ୍ୱାରା ପରିବେଷିତ ଏହି ନାଟକଟି ଦର୍ଶକଙ୍କ ମନକୁ ବେଶ୍ ଆନ୍ଦୋଳିତ କରିଥିଲା।















