ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ସୋମବାର ଦିନ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆପାତତ ୪ଘଣ୍ଟା ଭକ୍ତ ଦର୍ଶନ ବନ୍ଦ ରହିବ । ବୈଶାଖ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ସିଂହାରୀ ସେବକ ମାନେ ଏହି ନୀତି ସମ୍ପାଦନ କରିବେ । ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସଂଧ୍ଯା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତି ସେବକ ମାନେ ଏହି ସେବା କରିଥାନ୍ତି ।














