ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପବିତ୍ର ଅକ୍ଷୟ ତୃତୀୟା, ଏହି ଦିନଟି ଓଡ଼ିଆ ଜାତି ପାଇଁ ଏକ ଶୁଭ ଦିନ ହୋଇଥିବା ବେଳେ ଏହି ଦିନରେ ସମସ୍ତ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥାଏ। ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରା ଅନୁସାରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରା ଙ୍କ ରଥଯାତ୍ରା ନିମନ୍ତେ ଆଜିର ଦିନରେ ରଥ କାର୍ଯ୍ୟ ଆରମ୍ଭ ହୋଇଥାଏ। ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଆଜି ରଥଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ନିମନ୍ତେ ତିନି ଠାକୁରଙ୍କ ତିନି ରଥ ନିମନ୍ତେ ନୂତନ କାଠ ପୂଜା କରାଯାଇ ରଥ କାର୍ଯ୍ୟ ଅନୁକୂଳ କରାଯାଇଛି।














