ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୪୫ ଗୋଟି ଅଭିଯୋଗ ମିଳିଥିଲା। ସେଥିରୁ ୩୭ ଗୋଟି ବ୍ୟକ୍ତିଗତ,୬ ଗୋଟି ଗ୍ରାମ ସମ୍ବନ୍ଧୀୟ ,୨ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୬ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।















