No Result
View All Result
ବଲାଙ୍ଗିର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ବେଲପଡା ପଞ୍ଚାୟତ ବୈଠକ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସାଧାରଣ ଲୋକମାନେ ନିଜ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ସିଧାସଳଖ ଭାବରେ ଜିଲ୍ଲା ପ୍ରଶାସନଙ୍କ ନଜରକୁ ଆଣିଥିଲେ । ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ଶୁଣିଥିଲେ।

ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣାଣି କରି, ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଶିବିରରେ ମୋଟ ୭୨ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିରୁ ୫୨ଟି ବ୍ୟକ୍ତିଗତ ଏବଂ ୨୦ଟି ସାମୂହିକ ଅଭିଯୋଗ ଥିଲା। ତଦ୍ମଧ୍ୟରୁ ୯ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା, ଅନ୍ୟାନ୍ୟ ଅଭିଯୋଗଗୁଡ଼ିକୁ ଶୀଘ୍ର ନିଷ୍ପତ୍ତି ପାଇଁ ସମ୍ପର୍କିତ ବିଭାଗକୁ ପଠାଯାଇଛି ।

ଏହି ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ପାଟଣାଗଡ ଉପଜିଲ୍ଲାପାଳ ସୁନୀଲ କୁମାର ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ପରିବାର କଲ୍ୟାଣ ଅଧିକାରୀ, ପୁଷ୍ପାଞ୍ଜଳି ମିଶ୍ର, ଡେପୁଟି କଲେକ୍ଟର (ସାଧାରଣ ଓ ବିବିଧ) ନିବେଦିତା ସ୍ଵାଇଁ, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି,

ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଧୀରେନ ସିଂ ବରିହା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶୋଭିନା ଭୋଇ, ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା, ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେଶ କୁମାର ମେହେର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

No Result
View All Result