• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
June 9, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି
Share on FacebookShare on TwitterWhatsapp

ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଉଥିବା ବେଳେ ସରକାର ଦରବୃଦ୍ଧି କରି ବି୍ରଟିଶରାଜ ଚଳାଇଛନ୍ତି 

ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ବୋଝ ଉପରେ ଲଳିତା ବିଡ଼ା ସଦୃଶ

ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରି ସାଧାରଣ ଜନତାଙ୍କୁ ଦରବୃଦ୍ଧିରୁ ଆଶ୍ୱସ୍ତ କରନ୍ତୁ ସରକାର

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇଥିବା ବେଳେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର କ୍ରମାଗତ ଦରବୃଦ୍ଧି ନେଇ ଉଦ୍ବେଗ ପ୍ରକାଶ କରିବା ସହିତ ଡବଲ ଇଞ୍ଜିନ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିଜୁ ଜନତା ଦଳ । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ଗତ କିଛି ବର୍ଷ ମଧ୍ୟରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ଦୁଇଗୁଣା ବୃଦ୍ଧି ପାଇଛି ।

୨୦୧୪ ମସିହାରେ ଘରୋଇ ସିଲିଣ୍ଡରର ମୂଲ୍ୟ ପ୍ରାୟ ୪୧୫ ଟଙ୍କା ଥିଲା, ବର୍ତ୍ତମାନ ତାହା ୯୬୮ ଟଙ୍କାରେ ପହଞ୍ଚିଛି । ସେହିପରି ପେଟ୍ରୋଲ, ଡିଜେଲ ଓ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦର ମଧ୍ୟ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଥିବାରୁ ସାଧାରଣ ଜନତାଙ୍କ ହାଣ୍ଡିଶାଳ ଉପରେ ଚଡ଼କ ପଡ଼ିଛି କହି ସରକାରଙ୍କୁ କଡ଼ା ନିନ୍ଦା କରିଥିଲେ । ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ଦରବୃଦ୍ଧି ଯୋଗୁଁ ନିମ୍ନ ଓ ମଧ୍ୟବିତ୍ତ ପରିବାର, କ୍ଷୁଦ୍ର ବ୍ୟବସାୟୀ, ଚା’ ଦୋକାନୀ ଓ ହୋଟେଲ ବ୍ୟବସାୟୀଙ୍କ ଉପରେ ଗଭୀର ପ୍ରଭାବ ପଡ଼ୁଛି । ରନ୍ଧନ ଗ୍ୟାସର ଦର କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଯୋଗୁଁ ସାଧାରଣ ଲୋକଟିଏ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି ।

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ଦର ହ୍ରାସ ପାଇଥିବା ସତ୍ତ୍ୱେ ତାହାର ସୁଫଳ ସାଧାରଣ ଲୋକଙ୍କୁ ମିଳୁନାହିଁ । କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଅତ୍ୟଧିକ ଭ୍ୟାଟ୍କୁ କମାଇ, ଦରବୃଦ୍ଧି ଯୋଗୁଁ ହନ୍ତସନ୍ତ ହେଉଥିବା ସାଧାରଣ ଜନତାଙ୍କ ପ୍ରତି ସମ୍ବେଦନଶୀଳ ହୁଅନ୍ତୁ । ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରନ୍ତୁ, ଏହାଦ୍ୱାରା ତୈଳ ମୂଲ୍ୟ ହ୍ରାସ ପାଇବା ସହ ସାଧାରଣ ଲୋକଙ୍କ ଉପରେ ଆର୍ଥିକ ବୋଝ କମିପାରିବ ।
ଶ୍ରୀମତୀ ଛୁରିଆ ଆହୁରି କହିଥିଲେ, ବିଜେପି ସରକାରରେ ମହିଳା ହିଂସା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।

ରାଜ୍ୟରେ ଦୁଷ୍କର୍ମ, ଗଣଦୁଷ୍କର୍ମ, ନାରୀ ନିର୍ଯାତନା ଉଦ୍ବେଗଜନକ ଭାବେ ବୃଦ୍ଧି ପାଉଥିବା ବେଳେ ସରକାର ନିରବଦ୍ରଷ୍ଟା ସାଜିଛନ୍ତି । ମହିଳାଙ୍କ ସୁରକ୍ଷା ପ୍ରତି ସମ୍ପୂର୍ଣ୍ଣ ଆଖି ବୁଜି ଦେଇଛନ୍ତି ସରକାର । ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ସୁନିଶ୍ଚିତ କରିବା ସରକାରଙ୍କ ପ୍ରାଥମିକ ଦାୟିତ୍ୱ, କିନ୍ତୁ ସରକାର ନିଜ ଦାୟିତ୍ୱରୁ ବିମୁଖ ହୋଇ ଉତ୍ସବ ମନାଇବାରେ ବ୍ୟସ୍ତ ରହୁଛନ୍ତି । ରାଜ୍ୟ ସରକାର ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଦରକୁ ହ୍ରାସ କରି ସାଧାରଣ ଜନତାଙ୍କ ଆର୍ଥିକ ବୋଝକୁ କମ୍ କରନ୍ତୁ । ବିଜେଡିର ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ତଥା କର୍ପୋରେଟର ଶ୍ରୀମତୀ ପ୍ରୀତିନନ୍ଦା ରାଉତରାୟ, ଉପସଭାନେତ୍ରୀ ତଥା କର୍ପୋରେଟର ଶ୍ରୀମତୀ ମାନସୀ ସୁନ୍ଦରରାୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

June 9, 2026
ମହିଳାଙ୍କୁ କଟୁରୀ ରେ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

ମହିଳାଙ୍କୁ କଟୁରୀ ରେ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version