ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ବିଶ୍ବ ରକ୍ତଦାତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ “ବିପଦର ବନ୍ଧୁ” ର ସମସ୍ତ ସଦସ୍ୟ,ସଦସ୍ୟା ପୂର୍ଣ୍ଣ ସହଯୋଗ କରିବା ସହ ସ୍ବେଛାକୃତ ରକ୍ତଦାନ କରିଥିଲେ । ସ୍ଥାନୀୟ ବିଏସ୍ଏଫ ଜବାନ, ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତର, କର୍ମଚାରୀଙ୍କ ସମେତ ଅଞ୍ଚଳର ବହୁ ଯୁବକ ଯୁବତୀ ଏଥିରେ ସାମିଲ ହୋଇ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ । ଏହି ଶିବିରରେ ସମୁଦାୟ ୬୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି ।
















