ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲା ରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଲଗାତାର ଅଘୋଷିତ ବିଦ୍ୟୁତ କାଟ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦାୟିତ୍ବହୀନତା ପ୍ରତିବାଦରେ ଉଭ୍ୟକ୍ତ ଲୋକେ ସ୍ଥାନୀୟ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଘେରାଉ କରିଛନ୍ତି । ଘଟଣାରୁ ପ୍ରକାଶ, କିଛି ଦିନ ହେବ ରାୟଗଡ଼ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବା ସହ ଗୁଳୁଗୁଳି ଅସହ୍ୟ ହେବାରେ ଲାଗିଛି ।















