ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଶିକ୍ଷା ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ତଥା ପ୍ରଶାସନିକ ଦକ୍ଷତା ପାଇଁ ଦଶପଲ୍ଲା ଗୋଷ୍ଠୀ ଶିକ୍ଷାଧିକାରୀ (ବିଇଓ) ଭକ୍ତି ବିନୋଦ ସଲଙ୍କୁ ନୟାଗଡ଼ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ସଙ୍ଗୀତଧାରାର ଏକ ପ୍ରତିନିଧି ଦଳ ବିଇଓଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କୁ ଉପଢୌକନ ଓ ସମ୍ମାନ ସୂଚକ ଫଳକ ପ୍ରଦାନ କରି ଏହି ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି ।















