ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲା କାଶୀନଗର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୁଆଗଡ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୨୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି ଓ ଜଣେ ଦିବ୍ୟାଙ୍ଗଙ୍କୁ ଵିଵାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।















