ନୟାଗଡ଼ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି) ଶ୍ରେଣୀରେ ନାମଲେଖା ପାଇଁ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିପିଇଟି-୨୦୨୬ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର ଛାତ୍ରୀ ରିତ୍ୟୁଷା ମିଶ୍ର ସମଗ୍ର ରାଜ୍ୟରେ ସର୍ବୋଚ୍ଚ ନମ୍ବର ରଖି ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ।















