ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି । ଜନ୍ମବେଦୀରେ ମହାପ୍ରଭୁଙ୍କ ଲୀଳାଖେଳା ସରିଲା । ଏବେ ରତ୍ନବେଦୀକୁ ଫେରିବେ । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ ବାହୁଡା ଯାତ୍ରାରେ ବାହୁଡିବେ । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଉତ୍ସବମୁଖର ଶରଧାବାଲି । ମହାପ୍ରଭୁଙ୍କ ଦର୍ଶନ ଲାଗି ଲୋକାରଣ୍ୟ ହେଲାଣି ଶ୍ରୀକ୍ଷେତ୍ର । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି ହେବ । ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଛେରା ପହଁରା ନୀତି ପରେ ଅପରାହ୍ଣ ୪ଟା ମଧ୍ୟରେ ଚାରମାଳ ଫିଟା ପରେ ଆରମ୍ଭ ହେବ ରଥଟଣା ।















