• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

Proprietor Abhimanyu Maharana by Proprietor Abhimanyu Maharana
July 27, 2026
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) ନି. ପ୍ର :-  ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ |ଚଳିତ ମାସ ୧୬ ତାରିଖ ଶ୍ରୀଗୁଣ୍ଡିଚା ଯାତ୍ରା ର ବାର ଦିନ ଆଜି ସୋମବାରେ ଚତୃର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିର କୁ ପ୍ରବେଶ କରି ରତ୍ନସିଂହାସନ ରେ ବିଜେ କରିବେ | ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧର ପଣା ଭୋଗର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନାଧୃଷ୍ଠିତହୋଇଥାନ୍ତି ।

ଶାସ୍ତ୍ରରେ ଯଦିଓ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନ ମହାପ୍ରଭୁ ନୀଳାଦ୍ରି ବିଜେକରନ୍ତି , କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧର ପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ । ଏହି ପରମ୍ପରା ଦୀର୍ଘ ଅନେକ ବର୍ଷଧରି ଅନୁସୃତ ହୋଇ ଆସୁଅଛି I ନୀଳାଦ୍ରି ବିଜେ ପହଣ୍ଡି ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥାଏ ।ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାନଙ୍କର ସନ୍ଧ୍ୟା ଧୂପ ନୀତି ସରିବାପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଇଥାଏ ।

ପ୍ରଥମେ ବିଜେ କାହାଳୀ ବାଜିବାପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣି ଘରକୁ ବିଜେକରାଇଥାନ୍ତି । ତତ୍ପରେ ଗୋଟି ପହଣ୍ଡି କ୍ରମରେ ଶ୍ରୀସୁଦର୍ଶନ, ଶ୍ରୀବଳଭଦ୍ର, ଦେବୀସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ । ପହଣ୍ଡି ବିଜେ ପୂର୍ବରୁ ରନୃସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଏବଂ ଅଖଣ୍ଡ ବଇଠା ବସେ । ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳ ଠାରେ ପ୍ରସାଦ ଲାଗି, ଘସା,ବିଡ଼ିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥାଏ ।

ଜଗମୋହନଠାରେ ମଧ୍ୟ ଏହି ନୀତିପାଳିତ ହୋଇଥାଏ । ସୂଚନାଯୋଗ୍ୟ ଯେ, ଗୁଣ୍ଡିଚା ମନ୍ଦିର ଠାରେ ରଥ ଉପରୁଠାକୁରମାନେ ଗୁଣ୍ଡିଚା ଘର ସିଂହାସନକୁ ପହଣ୍ଡି ବିଜେ କରିବା ସମୟରେ ରଥ ଉପରେ ଯେଉଁ ପ୍ରକାର ନୀତି ଅନୁସୃତ ହୋଇଥାଏ, ଠିକ୍ ସେହିପରି ସିଂହଦ୍ଵାର ଠାରେ ନୀଳାଦ୍ରିବିଜେ ପହଣ୍ଡିରେ ସମ ନୀତି ପାଳିତ ହୁଏ ।ଶ୍ରୀଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି । ଉଭୟ ଶ୍ରୀଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି ।

ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତିବଢ଼ାଇଥାନ୍ତି । ଏହି ସମୟରେ ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ଵାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ଵାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ଵାରଖୋଲିଯାଏ । ପୁନଶ୍ଚ ଶ୍ରୀଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ଵାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ଵାର ଭିତର ପଟୁ ବନ୍ଦ କରାଯାଇଥାଏ । ଲକ୍ଷ୍ମୀ ଠାକୁରାଣୀଙ୍କତରଫରୁ ଜୟ ବିଜୟ ଦ୍ଵାରର ଭିତର ପଟେ ଜନୈକ ଦେବବାସୀବେଶଧାରୀ ଏବଂ ମହାପ୍ରଭୁଙ୍କତରଫରୁ ଜଣେ ଦଇତାପତି ଦ୍ଵାରର ଅପରପାର୍ଶ୍ବରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ଵାର ଫିଟିଥାଏ ।

ମହାପ୍ରଭୁପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘର ଠାରେ ପହଞ୍ଚିବା ପରେ ଗଇଁଠାଳ(ରକ୍ମିଣୀ ବିବାହ କାଳର ) ଫିଟେ ଓ ବନ୍ଦାପନା, ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛମହାପାତ୍ରଙ୍କ ଦ୍ବାରା ସମାହିତ ହୋଇଥାଏ। ଏହାପରେ ଘସା, ବିଡ଼ିଆ ମଣୋହି ସରିଲେ ମହାପ୍ରଭୁ ରନ୍‌ସିଂହାସନକୁ ବିଜେ କରିଥାନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହିଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ରସଗୋଲା ଭୋଗ ହୋଇଥାଏ ।ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ୱ ଗୃହରେ ଅତ୍ୟନ୍ତ ଶୁଦ୍ଧ ପୂତ ଭାବରେ ଏହି ରସଗୋଲାତିଆରି ହୋଇଥାଏ ।

କଥିତ ଅଛି ଯେ, ମହାପ୍ରଭୁ ଲକ୍ଷ୍ମୀଦେବୀଙ୍କୁ ରସଗୋଲା ଖୁଆଇତାଙ୍କର ମନୋରଞ୍ଜନ କରିଥିଲେ । ଅପରପକ୍ଷରେ ଏହି ଦିନ ସହରର ବିଭିନ୍ନ ବ୍ୟକ୍ତିବିଶେଷ, ମଠାନୁଷ୍ଠାନ ଓ ସେବକମାନେ ମହାପ୍ରଭୁମାନଙ୍କ ପହଣ୍ଡି ବିଜେ ପୂର୍ବରୁରଥ ଉପରେ ରସଗୋଲା, ଛେନା ତାଡ଼ିଆ ଇତ୍ୟାଦି ଭୋଗ କରିଥାନ୍ତି ।ଶ୍ରୀମନ୍ଦିର ସ୍ଵତ୍ତ୍ଵଲିପି ମୁତାବକ ନୀଳାଦ୍ରି ବିଜେ ଦିନ ଠାକୁରମାନଙ୍କ ପହଣ୍ଡିସମୟରେ କେତେକ ମଠ, ସେବକ ଓ ବ୍ୟକ୍ତିବିଶେଷ ପନ୍ତି ଭୋଗ କରିଥାନ୍ତି ।

ମଙ୍ଗୁ ମଠ, ଏମାର ମଠ, ଜଗନ୍ନାଥ ଶୁକ୍ଲ, ଚେମପୃଷ୍ଟି ପାଟରା, ଉତ୍ତର ପାର୍ଶ୍ୱ, ଛାଉଣୀ, ବାଲିମଠ,କନିକା ରାଜା ସରଘର, ଶ୍ରୀରାମ ଦାସ, ରେବସା ମଠ, ଫକୀରମହାପାତ୍ର ଓକିଲ, ଜଗନ୍ନାଥ ବଲ୍ଲଭ ମଠ, ଗୌରାଙ୍ଗ ସୁଆର, ସଂକ୍ରାନ୍ତି ମଠ, ବଳଭଦ୍ର ପୂଜାପଣ୍ଡା ସାମନ୍ତ (ଶିବତୀର୍ଥ), ତ୍ରିମାଳୀ ମଠ, ପ୍ରତିହାରୀ ନିଯୋଗ, ପାଟଯୋଷୀ ମହାପାତ୍ର, ମହାଜନ ଓ ସାନଛତା ମଠ ।

ସ୍ଵତ୍ତ୍ଵଲିପି ବ୍ୟତୀତ ଗତ କିଛି ବର୍ଷ ଧରି ମହାପ୍ରଭୁଙ୍କ ବାଡ଼ଗ୍ରାହୀଦଇତାପତି ଜଗନ୍ନାଥ ସ୍ଵାଇଁ ମହାପାତ୍ର ଓ ମା’ ଶ୍ୟାମାକାଳୀ କ୍ଲବ୍ ସିଂହଦ୍ଵାର ଠାରେ ଉକ୍ତ ଦିନ ପରି ଭୋଗ କରି ଆସୁଅଛନ୍ତି ।ସମସ୍ତ ବିଗ୍ରହ ସିଂହାସନ ଉପରକୁ ବିଜେ କରିବା ପରେ ଦଇତାପତିସେବକମାନେ ରୁନ୍ଧା କାର୍ଯ୍ୟ ଶେଷ କରିଥାନ୍ତି । ଏହି ନୀଳାଦ୍ରି ବିଜେ ଦର୍ଶନ ପାଇଁଶ୍ରୀମନ୍ଦିର ପରିସର ତଥା ସିଂହଦ୍ଵାର ଠାରେ ପ୍ରବଳ ଜନ ସମାଗମ ହୋଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version