ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସୂଚନା ଓ ଲୋକସମ୍ପର୍କ ବିଭାଗର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ (ଡିଡି) ବସନ୍ତ ପ୍ରଧାନ ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭାଗୀୟ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚିବା ପରେ ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ତାଙ୍କୁ ବିଧିବଦ୍ଧ ଭାବେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି ଅବସରରେ ନୟାଗଡ଼ର ପୂର୍ବତନ ଡିଆଇପିଆରଓ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ମଧ୍ୟ ଉପସ୍ଥିତ ଥିଲେ।















