• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଜିଲ୍ଲାର ୮୨ଟି ଶିକ୍ଷାନୁଷ୍ଠାନରେ ସାଇବର ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
August 14, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଜିଲ୍ଲାର ୮୨ଟି ଶିକ୍ଷାନୁଷ୍ଠାନରେ ସାଇବର ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଛାତ୍ରଛାତ୍ରୀମାନଙ୍କୁ ସାଇବର ଠକେଇ, ଅନଲାଇନ୍ ସୁରକ୍ଷା, ଡିଜିଟାଲ୍ ମାଧ୍ୟମର ସୁରକ୍ଷିତ ବ୍ୟବହାର ଏବଂ ଦାୟିତ୍ୱଶୀଳ ଅନଲାଇନ୍ ଆଚରଣ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ତିନିଦିନ ମଧ୍ୟରେ ପୁରୀ ପୋଲିସ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍କୁଲ୍ ଓ କଲେଜ୍ ସମେତ ମୋଟ ୮୨ଟି ଶିକ୍ଷାନୁଷ୍ଠାନରେ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ସମୟରେ ଇଣ୍ଟରନେଟ୍ ଓ ଡିଜିଟାଲ୍ ପ୍ଲାଟଫର୍ମ ଛାତ୍ରଛାତ୍ରୀଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛିନ୍ନ ଅଂଶ ହୋଇଥିବାରୁ, ସେମାନଙ୍କୁ ସାଇବର ଅପରାଧର ବିଭିନ୍ନ ରୂପ ଓ ଏଥିରୁ ନିଜକୁ କିପରି ସୁରକ୍ଷିତ ରଖିବେ ସେ ସମ୍ପର୍କରେ ଜ୍ଞାନ ପ୍ରଦାନ କରାଯାଇଛି।

ସାଇବର ଠକେଇ, ଫିସିଂ ଲିଙ୍କ୍, ଭୁଆ ୱେବସାଇଟ୍, ଓଟିପି ଓ ବ୍ୟାଙ୍କିଂ ସୂଚନାର ଦୁରୁପଯୋଗ, ସୋସିଆଲ୍ ମିଡିଆ ଆକାଉଣ୍ଟର ସୁରକ୍ଷା, ଅଜଣା ବ୍ୟକ୍ତିଙ୍କ ସହ ଅନଲାଇନ୍ ଯୋଗାଯୋଗ ସମୟରେ ସତର୍କତା ଆଦି ବିଷୟରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମଗୁଡ଼ିକରେ ଛାତ୍ରଛାତ୍ରୀଙ୍କୁ ଅନଲାଇନ୍‌ରେ କୌଣସି ଅଜଣା ଲିଙ୍କ୍‌ରେ କ୍ଲିକ୍ ନକରିବା, ନିଜର ଓଟିପି, ପିନ ପାସୱାର୍ଡ ଓ ବ୍ୟାଙ୍କିଂ ସମ୍ପର୍କିତ ଗୋପନୀୟ ତଥ୍ୟ କାହା ସହିତ ମଧ୍ୟ ସେୟାର ନକରିବା, ଶକ୍ତିଶାଳୀ ପାସୱାର୍ଡ ବ୍ୟବହାର କରିବା ଏବଂ ସୋସିଆଲ୍ ମିଡିଆରେ ଅତ୍ୟଧିକ ବ୍ୟକ୍ତିଗତ ତଥ୍ୟ ସେୟାର ନକରିବା ପାଇଁ ପରାମର୍ଶ ଦିଆଯାଇଛି।

ଏଥିସହିତ, ସାଇବର ଠକେଇର ଶିକାର ହେଲେ ଭୟଭୀତ ନହୋଇ ତୁରନ୍ତ ଆଇନଗତ ପଦକ୍ଷେପ ନେବା ଏବଂ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଘଟଣା ବିଷୟରେ ଜଣାଇବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଛାତ୍ରଛାତ୍ରୀମାନେ ନିଜେ ସଚେତନ ହେବା ସହିତ ପରିବାରବର୍ଗ ଓ ସମାଜର ଅନ୍ୟମାନଙ୍କୁ ମଧ୍ୟ ସାଇବର ସୁରକ୍ଷା ବିଷୟରେ ସଚେତନ କରିବାକୁ ପୁରୀ ପୋଲିସ ପକ୍ଷରୁ ଆହ୍ୱାନ କରାଯାଇଛି। ଏହି ଅଭିଯାନର ଅଂଶ ଭାବେ ଆଜି ମହିଳା ମହାବିଦ୍ୟାଳୟ, ପୁରୀ ଠାରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ପୁରୀ ଏସପି ପ୍ରତୀକ ସିଂଙ୍କ ଅଧ୍ୟକ୍ଷତା କରି ଛାତ୍ରୀମାନଙ୍କୁ ସାଇବର ଅପରାଧରୁ ସୁରକ୍ଷିତ ରହିବା ଏବଂ ଡିଜିଟାଲ୍ ମାଧ୍ୟମକୁ ସତର୍କତାର ସହ ବ୍ୟବହାର କରିବା ସମ୍ପର୍କରେ ସଚେତନ କରିଥିଲେ।

ଏସପି ପ୍ରତୀକ ସିଂ ଛାତ୍ରୀମାନଙ୍କୁ ସାଇବର ଅପରାଧର ବିଭିନ୍ନ ଦିଗ ସମ୍ପର୍କରେ ଅବଗତ କରାଇବା ସହିତ, ଡିଜିଟାଲ୍ ଦୁନିଆରେ ସତର୍କତା, ସଚେତନତା ଓ ଦାୟିତ୍ୱଶୀଳ ଆଚରଣର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ବିଶେଷକରି ଅଜଣା ବ୍ୟକ୍ତିଙ୍କ ଫୋନ୍ କଲ୍, ମେସେଜ୍ କିମ୍ବା ସନ୍ଦେହଜନକ ଲିଙ୍କ୍ ପ୍ରତି ସତର୍କ ରହିବା ଏବଂ କୌଣସି ପରିସ୍ଥିତିରେ ଗୋପନୀୟ ଡିଜିଟାଲ୍ ତଥ୍ୟ ଅନ୍ୟମାନଙ୍କ ସହ ସେୟାର ନକରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ, “ସାଇବର ଅପରାଧକୁ ରୋକିବାରେ ସଚେତନତା ହିଁ ସବୁଠାରୁ ବଡ଼ ସୁରକ୍ଷା।” ଛାତ୍ରଛାତ୍ରୀମାନେ ନିଜର ଡିଜିଟାଲ୍ ଅଧିକାର ଓ ଦାୟିତ୍ୱ ସମ୍ପର୍କରେ ସଚେତନ ହେଲେ ସାଇବର ଅପରାଧର ଶିକାର ହେବାର ଆଶଙ୍କାକୁ ବହୁ ମାତ୍ରାରେ କମାଇପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ।

ପୁରୀ ପୋଲିସ ପକ୍ଷରୁ ଆୟୋଜିତ ଏହି ଅଭିଯାନରେ ଛାତ୍ରଛାତ୍ରୀଙ୍କୁ “Think Before You Click” ଏବଂ “Stay Alert, Stay Safe, Stay Cyber Safe” ଭଳି ସଚେତନତା ବାର୍ତ୍ତା ଦିଆଯାଇଛି।ସାଇବର ଠକେଇରୁ ସୁରକ୍ଷିତ ରହିବା ପାଇଁ ନିଜର ଗୋପନୀୟ ତଥ୍ୟ ସୁରକ୍ଷିତ ରଖିବା, ଅଜଣା ଲିଙ୍କ୍ ଓ ଆପ୍‌ ଡାଉନଲୋଡ୍‌ରୁ ଦୂରେଇ ରହିବା, ସୋସିଆଲ୍ ମିଡିଆ ଆକାଉଣ୍ଟରେ Privacy Settings ଠିକ୍ ଭାବେ ବ୍ୟବହାର କରିବା ଏବଂ ସନ୍ଦେହଜନକ ଅନଲାଇନ୍ କାର୍ଯ୍ୟକଳାପ ସମ୍ପର୍କରେ ତୁରନ୍ତ ଅଭିଭାବକ, ଶିକ୍ଷକ କିମ୍ବା ପୋଲିସକୁ ଜଣାଇବା ପାଇଁ ପରାମର୍ଶ ଦିଆଯାଇଛି। ପୁରୀ ପୋଲିସର ଏହି ସାଇବର ସଚେତନତା ଅଭିଯାନର ମୁଖ୍ୟ ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ଏକ ସୁରକ୍ଷିତ ଓ ସଚେତନ ଡିଜିଟାଲ୍ ପରିବେଶ ପ୍ରଦାନ କରିବା। ଆଗାମୀ ଦିନରେ ମଧ୍ୟ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସାଧାରଣ ଲୋକଙ୍କ ମଧ୍ୟରେ ସାଇବର ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରହିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

August 14, 2026
ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

August 14, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

August 14, 2026
ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version