-
ଛାତ୍ରୀମାନଙ୍କ ଦ୍ୱାରା ସାଇବର ସୁରକ୍ଷା ଶପଥ ପାଠ, ଆତ୍ମବିଶ୍ୱାସ ବୃଦ୍ଧି ଉପରେ ଗୁରୁତ୍ୱ
କଣ୍ଟାବାଞ୍ଜି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମହିଳା ସଶକ୍ତୀକରଣ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟରେ ଆଜି ଶକ୍ତିଶ୍ରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ଛଅଦିନିଆ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ ହୋଇଯାଇଛି। ସକାଳ ୧୦ଟା ସମୟରେ ଅନୁଷ୍ଠିତ ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର ପୁରୋହିତ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଏହି ଶିବିର ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ବିଭାଗର ଛାତ୍ରୀମାନଙ୍କ ପାଇଁ ଛଅଦିନ ଧରି ଆୟୋଜିତ ହେଉଛି।

ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଶକ୍ତିଶ୍ରୀ ସଂଯୋଜିକା ଶ୍ରୀମତୀ ରଶ୍ମୀ ରମିତା ମେହେର, ଖେଳ ଶିକ୍ଷୟିତ୍ରୀ ଶ୍ରୀମତୀ ରଞ୍ଜୁ ବନଛୋର , ମାଷ୍ଟର ପ୍ରଶିକ୍ଷିକା ଶ୍ରୀମତୀ ଗୌରୀ ରାଉତଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମର ଆରମ୍ଭରେ ଶ୍ରୀ ଯୁଧିଷ୍ଠିର ବେହେରା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଶକ୍ତିଶ୍ରୀ ସଂଯୋଜିକା ଶ୍ରୀମତୀ ରଶ୍ମୀ ରମିତା ମେହେର ଆତ୍ମସୁରକ୍ଷା ପ୍ରଶିକ୍ଷଣର ଉଦ୍ଦେଶ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରି କହିଲେ, “ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ସାହସ,















