• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 22, 2026
in ଓଡ଼ିଶା, କଟକ, ହୋମ୍
0
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ
Share on FacebookShare on TwitterWhatsapp

କଟକ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ରେଞ୍ଜର ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍‌ପିମାନେ ବୈଠକରେ ଯୋଗଦେଇଥିଲେ।
ବୈଠକରେ ରାଜ୍ୟର ବର୍ତ୍ତମାନର ଆଇନ-ଶୃଙ୍ଖଳା ପରିସ୍ଥିତି, ଅପରାଧ ଦମନ ଓ ନିୟନ୍ତ୍ରଣ, ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ, ଗୁରୁତ୍ୱପୂର୍ଣ୍ଣ ଅପରାଧର ସମୀକ୍ଷା, ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ପ୍ରଦାନ ଏବଂ ବିଭିନ୍ନ ପ୍ରଶାସନିକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।

ଥାନାକୁ ଅଭିଯୋଗ ନେଇ ଆସୁଥିବା ପ୍ରତ୍ୟେକ ନାଗରିକଙ୍କୁ ଧୈର୍ଯ୍ୟର ସହ ଶୁଣିବା, ସମ୍ମାନଜନକ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ବ୍ୟବହାର କରିବା ଏବଂ ଅଭିଯୋଗର ନିରପେକ୍ଷ ଓ ତ୍ୱରିତ ତଦନ୍ତ ନିଶ୍ଚିତ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ପୋଲିସ ଅଧିକାରୀ ଓ କର୍ମଚାରୀମାନେ ନିୟମିତ ଭାବେ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହି ଦାୟିତ୍ୱ ତୁଲାଇବା ସହ ଥାନାଗୁଡ଼ିକର କାର୍ଯ୍ୟପ୍ରଣାଳୀ ଓ ଜନସାଧାରଣଙ୍କୁ ମିଳୁଥିବା ପୋଲିସ ସେବାରେ ଅଧିକ ସୁଧାର ଆଣିବାକୁ ସେ ଗୁରୁତ୍ୱାରୋପ କରିଥିଲେ। ଏସ୍‌ଡିପିଓମାନେ ନିୟମିତ ଭାବେ ଅଧୀନସ୍ଥ ଥାନାଗୁଡ଼ିକ ପରିଦର୍ଶନ କରି କାର୍ଯ୍ୟର ତଦାରଖ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ବର୍ତ୍ତମାନର ଆଇନ-ଶୃଙ୍ଖଳା ପରିସ୍ଥିତି, ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକର ଚିହ୍ନଟ, ଗୁରୁତ୍ୱପୂର୍ଣ୍ଣ ଅପରାଧର ସମୀକ୍ଷା ଏବଂ ଅପରାଧ ନିୟନ୍ତ୍ରଣ ପାଇଁ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ଡିଜିପି ବିସ୍ତୃତ ଆଲୋଚନା କରିଥିଲେ।
ଆଗାମୀ ଅଗଷ୍ଟରୁ ନଭେମ୍ବର ମଧ୍ୟରେ ପ୍ରଫେଟ୍ ମହମ୍ମଦଙ୍କ ଜନ୍ମଦିନ, ଜନ୍ମାଷ୍ଟମୀ, ଗଣେଶ ପୂଜା, ନୂଆଖାଇ, ବିଶ୍ୱକର୍ମା ପୂଜା, ଦୁର୍ଗାପୂଜା, ଗଜଲକ୍ଷ୍ମୀ ପୂଜା, ଦୀପାବଳି/କାଳୀପୂଜା, ଅଁଳା ନବମୀ, ପଞ୍ଚୁକ ଓ ବାଲିଯାତ୍ରା ଭଳି ବିଭିନ୍ନ ପର୍ବପର୍ବାଣୀ ଅନୁଷ୍ଠିତ ହେବ। ଏହି ପର୍ବଗୁଡ଼ିକୁ ଶାନ୍ତି, ଶୃଙ୍ଖଳା ଓ ସୁରକ୍ଷିତ ପରିବେଶରେ ପାଳନ ପାଇଁ ଆଗୁଆ ସୁରକ୍ଷା ପ୍ରସ୍ତୁତି ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସମ୍ବେଦନଶୀଳ ସ୍ଥାନରେ ପର୍ଯ୍ୟାପ୍ତ ପୋଲିସ ମୁତୟନ, ଭିଡ଼ ନିୟନ୍ତ୍ରଣ,

ଟ୍ରାଫିକ ପରିଚାଳନା, ଶାନ୍ତି କମିଟି ବୈଠକ ଏବଂ ସ୍ଥାନୀୟ ଲୋକପ୍ରତିନିଧି ଓ ବିଭିନ୍ନ ଗୋଷ୍ଠୀଙ୍କ ସହ ନିରନ୍ତର ସମନ୍ୱୟ ରକ୍ଷା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ସାମ୍ପ୍ରଦାୟିକ ଭାବେ ସମ୍ବେଦନଶୀଳ ଅଞ୍ଚଳରେ ନିରନ୍ତର ନଜର ରଖିବା ସହ ସମ୍ଭାବ୍ୟ ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ସେ କହିଥିଲେ। ଅପରାଧ ନିୟନ୍ତ୍ରଣ ଦିଗରେ ଅଭ୍ୟାସଗତ ଅପରାଧୀ ଓ ସଂଗଠିତ ଅପରାଧୀଙ୍କ ବିରୋଧରେ କଡ଼ା ଓ ଦୃଢ଼ ଆଇନଗତ ପଦକ୍ଷେପ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ବେଆଇନ ଗୋରୁ ପରିବହନ ଓ ବେଆଇନ ବାଣ ପ୍ରସ୍ତୁତି ରୋକିବା ପାଇଁ ନାକା ଚେକିଂ ଓ ପାଟ୍ରୋଲିଂ ବୃଦ୍ଧି କରିବା ସହ ବେଆଇନ ଖଣିଜ ଉତ୍ତୋଳନ ଓ ପରିବହନ ବିରୋଧରେ ନିୟମିତ ଚଢ଼ାଉ, ଯାନବାହନ ଯାଞ୍ଚ ଏବଂ ଉଲ୍ଲଂଘନକାରୀଙ୍କ ବିରୋଧରେ ତ୍ୱରିତ ଆଇନଗତ ପଦକ୍ଷେପ ନେବାକୁ ସେ କହିଥିଲେ।

ସୋସିଆଲ ମିଡିଆରେ ପ୍ରସାରିତ ଗୁଜବ, ଉତ୍ତେଜନାମୂଳକ, ଆପତ୍ତିଜନକ ଓ ବିଭ୍ରାନ୍ତିକର ତଥ୍ୟ ଉପରେ ନିୟମିତ ଓ କଡ଼ା ନଜର ରଖିବା ସହ ଏଭଳି ପ୍ରଚାର ବିରୋଧରେ ତ୍ୱରିତ ଓ ଆଇନସମ୍ମତ ପଦକ୍ଷେପ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଗୁଇନ୍ଦା ସୂଚନା ସଂଗ୍ରହକୁ ଆହୁରି ସୁଦୃଢ଼ କରିବା, ସମ୍ଭାବ୍ୟ ଅପରାଧ ଓ ଅପ୍ରୀତିକର ଘଟଣା ସମ୍ପର୍କରେ ଆଗୁଆ ସୂଚନା ହାସଲ କରିବା ଏବଂ ତଦନୁଯାୟୀ ପ୍ରତିଷେଧମୂଳକ ପଦକ୍ଷେପ ନେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ସାଇବର ଅପରାଧର ମୁକାବିଲା ପାଇଁ ସାଇବର ପୋଲିସ ଷ୍ଟେସନଗୁଡ଼ିକର କାର୍ଯ୍ୟକଳାପକୁ ଆହୁରି ସୁଦୃଢ଼ କରିବା ସହ ସାଇବର ଅପରାଧ ସମ୍ପର୍କିତ ମାମଲାର ତଦନ୍ତ ଓ ପଦକ୍ଷେପକୁ ଅଧିକ ଫଳପ୍ରଦ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଏସ୍‌ପିମାନେ ପ୍ରତି ସପ୍ତାହରେ ଥରେ ସାଇବର ପୋଲିସ ଷ୍ଟେସନଗୁଡ଼ିକ ପରିଦର୍ଶନ କରି କାର୍ଯ୍ୟର ସମୀକ୍ଷା କରିବାକୁ ସେ କହିଥିଲେ । ଏଥିସହ ଶାନ୍ତି କମିଟି ବୈଠକ ନିୟମିତ ଆୟୋଜନ, ସ୍ଥାନୀୟ ଅଂଚଳରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସମ୍ଭାବ୍ୟ ଅପ୍ରୀତିକର ଘଟଣାକୁ ଆଗୁଆ ରୋକିବା ପାଇଁ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲା ଏସ୍‌ପିଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ । ପୋଲିସର କାର୍ଯ୍ୟଦକ୍ଷତା, ଜନକଲ୍ୟାଣ ସେବାକୁ ଆହୁରି ବୃଦ୍ଧି କରିବା ପାଇଁ ସମସ୍ତ ସ୍ତରରେ ଉତ୍ତମ ସମନ୍ୱୟ ଓ ଯୋଗାଯୋଗ ରଖି ଦାୟିତ୍ୱ ସମ୍ପାଦନ କରିବାକୁ ଡିଜିପି ଶ୍ରୀ ମିଶ୍ର ପରାମର୍ଶ ଦେଇଥିଲେ । ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ,

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆର୍‌ପିସି) ଶ୍ରୀ ୟତୀନ୍ଦ୍ର କୋଏଲ, ଆଇଜିପି (ପର୍ସୋନେଲ) ଶ୍ରୀ ଏସ୍. ପ୍ରବୀଣ କୁମାର, ଡିଆଇଜିପି (ଏସ୍‌ଟିଏଫ୍) ଶ୍ରୀ କନୱର ବିଶାଲ ସିଂହ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମୀନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ରାଜ୍ୟର ସମସ୍ତ ରେଞ୍ଜ ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

August 22, 2026
ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

August 22, 2026
ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

August 22, 2026
ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version