ମାଲକାନଗିରି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲାର ପ୍ରସିଦ୍ଧ ବଣ୍ଡା ଘାଟି ଅନ୍ତର୍ଗତ ମୁଦୁଲିପଡ଼ା ସ୍ଥିତ ସୀତାକୁଣ୍ଡର ସାମଗ୍ରିକ ବିକାଶ ଓ ପର୍ଯ୍ୟଟନର ଉନ୍ନତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ସ୍ୱୟଂ ସୀତାକୁଣ୍ଡ ପରିଦର୍ଶନ କରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ସୁରକ୍ଷା ଏବଂ ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ ପାଇଁ ସ୍ଥାନୀୟ ଅଧିକାରୀମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଏହି ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟଗୁଡ଼ିକୁ ଅଧିକ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।















