ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଆଜି ପ୍ରାତଃ ୭ ଟା ସମୟରେ ନୟାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ର ତୃତୀୟ ଦିନ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଭାରତୀୟ ହକିର କିମ୍ବଦନ୍ତୀ ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଏହି ଦିବସ ପାଳନ କରାଯାଇଥାଏ । ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁ ଆଦି ଉପସ୍ଥିତ ଥିଲେ। ଜିଲ୍ଲାପାଳ ଶ୍ରୀମତୀ ରଥ ଜିଲ୍ଲାରେ କ୍ରୀଡ଼ାର ପ୍ରସାର,















