ଭେଉଁରିଆ ଉଚ୍ଚ ବିଦ୍ୟାଳୟର କିରାଣୀ ପ୍ରଶାନ୍ତ କୁମାର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
ପଦ୍ମପୁର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ଭେଉଁରିଆ ଉଚ୍ଚ ବିଦ୍ୟାଳୟର ବରିଷ୍ଠ କିରାଣୀ ପ୍ରଶାନ୍ତ କୁମାର ସାହୁ ଦୀର୍ଘ ୩୬ ବର୍ଷର କର୍ମମୟ ଜୀବନ ପରେ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ଭବ୍ଯ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଚୈତନ୍ୟ ଲୁହାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସାହୁଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।















