• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

Proprietor Abhimanyu Maharana by Proprietor Abhimanyu Maharana
September 19, 2026
in ଓଡ଼ିଶା, ଗଜପତି, ହୋମ୍
0
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ଅବସରରେ ୟୁନିଟ-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଲେ l “ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର ଅନୁଭବ ଆମର ଉଚ୍ଚ ମାନବୀୟ ମୂଲ୍ୟବୋଧର ପରିଚୟ ପ୍ରଦାନ କରିଥାଏ । ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ ରକ୍ତର କୌଣସି ବିକଳ୍ପ ନାହିଁ ଏବଂ ଏହା କୌଣସି କାରଖାନାରେ ତିଆରି ହୋଇପାରିବ ନାହିଁ,” ବୋଲି ‘ସେବା ସଂକଳ୍ପ ଅଭିଯାନ’ ଅବସରରେ ୟୁନିଟ-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି ।

ଏହି ପୂର୍ବରୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଏକ ଅଶୋକ ଗଛର ଚାରା ମଧ୍ୟ ରୋପଣ କରିଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିକଶିତ ଭାରତର ବିନ୍ଧାଣୀ ମୋଦୀଜୀଙ୍କ ଦୀର୍ଘ ୫୦ ବର୍ଷର ଜନସେବା ଏବଂ ୨୫ ବର୍ଷର ନିରବଚ୍ଛିନ୍ନ ଶାସନ ଦେଶରେ କାୟାକଳ୍ପ ଆଣିଛି । ତାଙ୍କର ଏହି କଲ୍ୟାଣକାରୀ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଳିତ ହେଉଥିବା ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ କେବଳ ଏକ କାର୍ଯ୍ୟକ୍ରମ ନୁହେଁ, ବରଂ ଏହା ମାନବସେବା ଓ ତ୍ୟାଗର ଏକ ବିରାଟ ଜନ-ଆନ୍ଦୋଳନ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ରକ୍ତ ଅଭାବରୁ ଯେପରି କୌଣସି ଜୀବନ ଅସମୟରେ ଝଡ଼ି ନପଡ଼େ, ସେଥିପାଇଁ ସରକାର ସଂକଳ୍ପବଦ୍ଧ। ଏହି ଶିବିରରେ ଆଜି ୬,୫୦୦ ୟୁନିଟ୍‌ରୁ ଅଧିକ ରକ୍ତ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ରାଜ୍ୟରେ ରକ୍ତ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ୨୦୨୬-୨୭ ବଜେଟ୍‌ରେ ୫୦ କୋଟି ୫୪ ଲକ୍ଷ ଟଙ୍କାର ବ୍ୟୟବରାଦ ସହ “ଅଟଳ ରକ୍ତଦାନ ଅଭିଯାନ” ଆରମ୍ଭ କରାଯାଇଛି । ଏହା ଅଧୀନରେ ନୂତନ ମେଡିକାଲ କଲେଜଗୁଡ଼ିକରେ ରକ୍ତଭଣ୍ଡାର ସ୍ଥାପନ ଏବଂ ପୁରୁଣା ରକ୍ତଭଣ୍ଡାରଗୁଡ଼ିକର ଆଧୁନିକୀକରଣ କରାଯାଉଛି । ଦେଶର ବିକାଶ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆଜି ବିଶ୍ୱର ଏକ ପ୍ରଭାବଶାଳୀ ଭୂ-ରାଜନୈତିକ ଓ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି ।

ପ୍ରତିରକ୍ଷା ଆମଦାନୀ ୭୦% ରୁ ହ୍ରାସ ପାଇ ୩୫% ରେ ପହଞ୍ଚିବା ସହ ସେମିକଣ୍ଡକ୍ଟର ଓ ସ୍ପେସ୍ ଟେକ୍ନୋଲୋଜି କ୍ଷେତ୍ରରେ ଭାରତ ଆତ୍ମନିର୍ଭର ହେଉଛି। ୨୦୪୭ ପୂର୍ବରୁ ବିକଶିତ ଭାରତର ଲକ୍ଷ୍ୟ ହାସଲ ହେବା ସୁନିଶ୍ଚିତ । ସେହିପରି ରାଜ୍ୟର ଯୁବଶକ୍ତିକୁ ଆହ୍ୱାନ ଦେଇ ସେ କହିଥିଲେ ଯେ, ଯୁବବର୍ଗ ନିଜ ଦୈନନ୍ଦିନ ଜୀବନରୁ କିଛି ସମୟ କାଢ଼ି ସମାଜସେବାରେ ନିୟୋଜିତ ହେବା ସହ ଦେଶସେବା ପାଇଁ ବ୍ରତୀ ହେବା ହିଁ ମୋଦୀଜୀଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହି ଅବସରରେ ନଗର ଉନ୍ନୟନ, ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଆଜିର ଦିନଟି କୌଣସି ସାଧାରଣ ଦିବସ ନୁହେଁ ।

ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୀର୍ଘ ୨୫ ବର୍ଷର ନିସ୍ୱାର୍ଥପର ସେବା ଓ ସଂକଳ୍ପକୁ ସ୍ମରଣ କରିବାର ଏହା ଏକ ପବିତ୍ର ଅବସର। ଜଣେ ବ୍ୟକ୍ତିର ମୂଲ୍ୟବାନ୍ ଜୀବନ ବଞ୍ଚାଇବା ପାଇଁ ରକ୍ତଦାନ ଅତ୍ୟନ୍ତ ଆବଶ୍ୟକ, ସେଥିପାଇଁ ଆମ ସମସ୍ତଙ୍କ ମଧ୍ୟରେ ସେବା ଓ ସମର୍ପଣ ଭାବନା ରହିବା ଦରକାର। ଆଜି ଆୟୋଜିତ ହୋଇଥିବା ଏହି ରକ୍ତଦାନ ଶିବିର ରାଜ୍ୟରେ ରକ୍ତ ସଂଗ୍ରହ କ୍ଷେତ୍ରରେ ଏକ ନୂତନ ରେକର୍ଡ ସୃଷ୍ଟି କରିବ ବୋଲି ସେ ଦୃଢ଼ ପ୍ରକାଶ କରିଥିଲେ । ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ କହିଛନ୍ତି ଯେ, ଜଣେ ଜନପ୍ରତିନିଧି ଭାବେ କ୍ରମାଗତ ୨୫ ବର୍ଷ ଧରି ସଫଳତାର ସହ କାର୍ଯ୍ୟ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି ।

ସାଧାରଣ ଲୋକଙ୍କ ନିରବଚ୍ଛିନ୍ନ ସେବା ପାଇଁ ସେ ଆଜି ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି, ଯାହାକୁ ସ୍ମରଣ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ । କୋଭିଡ୍-୧୯ ମହାମାରୀ ପରଠାରୁ ରକ୍ତଭଣ୍ଡାରଗୁଡ଼ିକରେ ଯେଉଁ ରକ୍ତର ଅଭାବ ଦେଖାଦେଇଥିଲା, ଆଜିର ଏହି ବିଶାଳ ରକ୍ତଦାନ ଶିବିର ସେହି ଆବଶ୍ୟକତାକୁ ପୂରଣ କରିବାରେ ବେଶ୍ ସହାୟକ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ୍ କୁମାର,

ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ, ଭଟଲି ବିଧାୟକ ଶ୍ରୀ ଇରାସିସ ଆଚାର୍ଯ୍ୟ, ମହାକାଳପଡ଼ା ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ, ଯୁବନେତା ଶ୍ରୀ ଅଭିଲାଷ ପଣ୍ଡା, ଦଳର ବରିଷ୍ଠ ନେତୃବୃନ୍ଦ, ରକ୍ତଦାତା, ଯୁବ ସ୍ୱେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଗଣ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗିରିପାଲିରେ ବିଧାୟକ ପାଣ୍ଠିରେ ନିର୍ମିତ କମ୍ୟୁନିଟି ସେଣ୍ଟର ଲୋକାର୍ପିତ, ଲଖମନିରେ ବିଶ୍ୱକର୍ମା ପୂଜାରେ ସାମିଲ ହେଲେ ପ୍ରସନ୍ନ ଆଚାର୍ଯ୍ୟ

ଗିରିପାଲିରେ ବିଧାୟକ ପାଣ୍ଠିରେ ନିର୍ମିତ କମ୍ୟୁନିଟି ସେଣ୍ଟର ଲୋକାର୍ପିତ, ଲଖମନିରେ ବିଶ୍ୱକର୍ମା ପୂଜାରେ ସାମିଲ ହେଲେ ପ୍ରସନ୍ନ ଆଚାର୍ଯ୍ୟ

September 19, 2026
କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ର ସାଧାରଣ ବୈଠକ : ସ୍ୱଚ୍ଛତା ଓ ସହର ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ର ସାଧାରଣ ବୈଠକ : ସ୍ୱଚ୍ଛତା ଓ ସହର ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ

September 19, 2026
ପାରଳାଖେମୁଣ୍ଡି ସହରର ଗୁଣ୍ଟୁଆରୀ ସାହିରେ ଗଣେଶ ପୂଜା ଅବସରରେ କୁଙ୍କୁମ ପୂଜା ୫୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସକ୍ରିୟ ଅଂଶଗ୍ରହଣ

ପାରଳାଖେମୁଣ୍ଡି ସହରର ଗୁଣ୍ଟୁଆରୀ ସାହିରେ ଗଣେଶ ପୂଜା ଅବସରରେ କୁଙ୍କୁମ ପୂଜା ୫୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସକ୍ରିୟ ଅଂଶଗ୍ରହଣ

September 19, 2026
ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିନ ରେ ଦୀପ ଜାଳି ଦୀର୍ଘାୟୁ କାମନା କରିଥିଲେ

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିନ ରେ ଦୀପ ଜାଳି ଦୀର୍ଘାୟୁ କାମନା କରିଥିଲେ

September 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗିରିପାଲିରେ ବିଧାୟକ ପାଣ୍ଠିରେ ନିର୍ମିତ କମ୍ୟୁନିଟି ସେଣ୍ଟର ଲୋକାର୍ପିତ, ଲଖମନିରେ ବିଶ୍ୱକର୍ମା ପୂଜାରେ ସାମିଲ ହେଲେ ପ୍ରସନ୍ନ ଆଚାର୍ଯ୍ୟ

ଗିରିପାଲିରେ ବିଧାୟକ ପାଣ୍ଠିରେ ନିର୍ମିତ କମ୍ୟୁନିଟି ସେଣ୍ଟର ଲୋକାର୍ପିତ, ଲଖମନିରେ ବିଶ୍ୱକର୍ମା ପୂଜାରେ ସାମିଲ ହେଲେ ପ୍ରସନ୍ନ ଆଚାର୍ଯ୍ୟ

September 19, 2026
କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ର ସାଧାରଣ ବୈଠକ : ସ୍ୱଚ୍ଛତା ଓ ସହର ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ର ସାଧାରଣ ବୈଠକ : ସ୍ୱଚ୍ଛତା ଓ ସହର ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ

September 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version