ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ଅବ୍ୟବହିତ ପୂର୍ବରୁ ଆଜି ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ଅକ୍ଟୋବର ୨୨ ତାରିଖରୁ ଚାଲିବାକୁ ଥିବା ଅଧିବେଶନରେ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ତଥା ଚଳିତ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଓ ଲୋକଙ୍କ ସମସ୍ୟାକୁ ଗୃହରେ ଉପସ୍ଥାପନା କରିବା ପାଇଁ ମାନ୍ୟବର ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ।

ଏହି ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ , ମାନନୀୟ ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ , ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ , ମାନ୍ୟବର ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ଡଃ ମୁକେଶ ମହାଲିଂଗ ,
















