• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ SIR-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ

Proprietor Abhimanyu Maharana by Proprietor Abhimanyu Maharana
September 21, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ SIR-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲାରେ ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ଅଧୀନରେ ପ୍ରସ୍ତୁତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ପ୍ରକାଶ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗା ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ନିର୍ବାଚନ ବିଭାଗ ଶ୍ରୀ ଅମିତ ବିଶ୍ୱାଳ, ଡେପୁଟି କଲେକ୍ଟର ପାରଳାଖେମୁଣ୍ଡି ଶ୍ରୀ କ୍ରୀତି ସାଇ ଶୁକ୍ଲା,ଜିଲ୍ଲାର ସମସ୍ତ ରାଜନୈତିକ ଦଳର ଜନ ପ୍ରତିନିଧି ଓ ଗଣମାଧ୍ଯମ ପ୍ରତିନିଧି ଗଣ ଉପସ୍ଥିତ ଥିଲେ।ଗଜପତି ଜିଲ୍ଲାରେ ୨ ଗୋଟି ବିଧାନସଭା ନିର୍ବାଚନମଣ୍ଡଳୀ, ଯଥା ୧୩୬- ମୋହନା(ସଂରକ୍ଷିତ) ଓ ୧୩୭-ପାରଳାଖେମୁଣ୍ଡି ରହିଛି ।

ଏହି ସଂଶୋଧନ ପାଇଁ ୦୧.୦୭.୨୦୨୬ କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଥିଲା। ସଂଶୋଧନ ପ୍ରକ୍ରିୟା ସମୟରେ ବୁଥ୍ ସ୍ତରୀୟ ଅଧିକାରୀମାନେ ଘରକୁ ଘର ଯାଇ ଭୋଟରଙ୍କ ତଥ୍ୟ ଯାଞ୍ଚ ଓ ସତ୍ୟାପନ କରିଥିଲେ। ୦୫.୦୭.୨୦୨୬ରେ ଖସଡ଼ା ଭୋଟର ତାଲିକା ପ୍ରକାଶ କରାଯିବା ପରେ ଦାବି ଓ ଆପତ୍ତି ଗ୍ରହଣ କରାଯାଇଥିଲା ଏବଂ ନିର୍ଦ୍ଧାରିତ ପ୍ରକ୍ରିୟାରେ ସେଗୁଡ଼ିକର ନିଷ୍ପତ୍ତି ନିଆଯାଇଛି। ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ୧୩୬- ମୋହନା(ସଂରକ୍ଷିତ) ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟରଙ୍କ ସଂଖ୍ୟା ମୋଟ -୨୩୨୬୬୨ ସେଥିମଧ୍ୟରୁ ପୁରୁଷ ସଂଖ୍ୟା -୧୧୪୩୭୪, ମହିଳା ସଂଖ୍ୟା- ୧୧୮୨୮୪ ଓ ତୃତୀୟ ଲିଙ୍ଗ ୪ ଜଣ ରହିଛନ୍ତି l ୧୩୭-ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ସଂଖ୍ୟା- ୨୦୧୨୯୦ ସେଥି ମଧ୍ୟରୁ ପୁରୁଷ ସଂଖ୍ୟା ୧୦୦୦୦୪, ମହିଳା ସଂଖ୍ୟା ୧୦୧୨୭୩ ଓ ତୃତୀୟ ଲିଙ୍ଗ ୧୩ ଜଣ ରହିଛନ୍ତି ।

ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ଅଧୀନରେ ଚୂଡ଼ାନ୍ତ ଭୋଟର ତାଲିକା ମୋଟ – ୪୩୩୯୫୨ ,ସେଥିମଧ୍ୟରୁ ପୁରୁଷ ସଂଖ୍ୟା- ୨୧୪୩୭୮, ମହିଳା ସଂଖ୍ୟା ୨୧୯୫୫୭ ଓ ତୃତୀୟ ଲିଙ୍ଗ ୧୭ ଜଣ ରହିଛନ୍ତି।ଏହି ସଂଶୋଧନ ପ୍ରକ୍ରିୟା ସମୟରେ ଗଜପତି ଜିଲ୍ଲାର ଖସଡ଼ା ଭୋଟର ତାଲିକାରେ ମୋଟ ୪,୩୨,୦୯୮ ଜଣ ଭୋଟର ଥିବାବେଳେ, ଚୂଡ଼ାନ୍ତ ଭୋଟର ତାଲିକାରେ ଏହି ସଂଖ୍ୟା ୪,୩୩,୯୫୨ ଜଣକୁ ବୃଦ୍ଧି ପାଇଛି।ଯାଞ୍ଚ ସମୟରେ ମୃତ୍ୟୁ, ସ୍ଥାନାନ୍ତରଣ, ଅନୁପସ୍ଥିତ/ଠାବ ହୋଇନଥିବା, ପୂର୍ବରୁ ପଞ୍ଜୀକୃତ ହୋଇଥିବା ଓ ଅନ୍ୟାନ୍ୟ କାରଣରୁ ଭୋଟର ତାଲିକାରେ ରଖିବା ଯୋଗ୍ୟ ନଥିବା ନାମଗୁଡ଼ିକୁ ନିର୍ଦ୍ଧାରିତ ପ୍ରକ୍ରିୟା ଅନୁସରଣ କରି ବାଦ ଦିଆଯାଇଛି ।

ଏହି କ୍ରମରେ ମୋଟ ୩୧,୫୨୦ଟି ଅସଂଗୃହୀତ ଫର୍ମ ଯାଞ୍ଚ ପରେ ତାଲିକାରୁ ବାଦ ଦିଆଯାଇଛି । ଏଥିମଧ୍ୟରୁ ୧୩୬-ମୋହନା ନିର୍ବାଚନମଣ୍ଡଳୀର ୧୪,୭୧୩ଟି ଏବଂ ୧୩୭-ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ୧୬,୮୦୭ଟି ଫର୍ମ ରହିଛି । ଜିଲ୍ଲାରେ ଯୁବ ଯୁବତୀଙ୍କୁ ପ୍ରଥମ ଥର ପାଇଁ ଭୋଟର ଓ ମହିଳାଙ୍କ ନାମ ପଞ୍ଜୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। SVEEP କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭୋଟର ସଚେତନତା ଓ ପଞ୍ଜୀକରଣ କାର୍ଯ୍ୟକ୍ରମ କରାଯାଇଛି ।

ଏଥିସହିତ ଭୋଟରଙ୍କ ସୁବିଧା ପାଇଁ ବିଭିନ୍ନ ଗ୍ରାମ ପଞ୍ଚାୟତ ସ୍ତରରେ ଜନଶୁଣାଣି ମଧ୍ୟ ଆୟୋଜନ କରାଯାଇଥିଲା । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ନାଗରିକଙ୍କୁ ଚୂଡ଼ାନ୍ତ ଭୋଟର ତାଲିକାରେ ନିଜ ନାମ ଓ ତଥ୍ୟ ଯାଞ୍ଚ କରିବାକୁ ଅନୁରୋଧ କରାଯାଇଛି । ଯୋଗ୍ୟ ନାଗରିକମାନେ, ବିଶେଷକରି ଯୁବକ, ଯୁବତୀ ଓ ମହିଳାମାନେ ନାମ ପଞ୍ଜୀକରଣ କରି ଭୋଟର ତାଲିକାକୁ ସଠିକ୍, ସମ୍ପୂର୍ଣ୍ଣ ଓ ଅନ୍ତର୍ଭୁକ୍ତିମୂଳକ କରିବାରେ ସହଯୋଗ କରିବାକୁ ଆହ୍ବାନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026
ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

September 22, 2026
ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

September 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version