ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ । ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା । ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା ।















