ପୁରୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଶ୍ରୀମନ୍ଦିରରେ ଭାଦ୍ରବ ମାସ ଶୁକ୍ଳପକ୍ଷ ବୁଧବାର ଦିନ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ଛେକ ଆସିବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୧ଘ ଟିକା ୬ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ମଧ୍ୟାହ୍ନ ଧୂପ ଉଠିବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ କରିବେ । ତିନି ବାଡ଼ରେ ବନ୍ଦାପନା ପରେ କଳସ ବରୁଣ ପୂଜା ସମ୍ପନ୍ନ କରିବେ ।















