• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

Proprietor Abhimanyu Maharana by Proprietor Abhimanyu Maharana
September 28, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଚାଷୀଙ୍କ ଅମଳ ଫସଲକୁ ସୁରକ୍ଷିତ ରଖି ଉଚିତ ମୂଲ୍ୟ ଦେବାର ଲକ୍ଷ୍ୟ ନେଇ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଜରାଜୀର୍ଣ୍ଣ। ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ତିଆରି ହୋଇଥିବା ଏହି ସରକାରୀ ଭିତ୍ତିଭୂମି ବର୍ଷବର୍ଷ ଧରି ଅଚଳ ହୋଇ ପଡ଼ିରହିଛି। ମୂଲ୍ୟବାନ ଯନ୍ତ୍ରାଂଶ ପଡ଼ିପଡ଼ି ନଷ୍ଟ ହେଉଥିବା ବେଳେ ଚାଷୀଙ୍କ ଫସଲ ସଂରକ୍ଷଣର ସ୍ୱପ୍ନ ମଧ୍ୟ ଧୂଳିସାତ୍‌ ହେବାକୁ ବସିଛି। ବାଲିଗୁଡ଼ା ତଥା ଏହାର ଆଖ ପାଖ ଅଞ୍ଚଳ ପନିପରିବା, ଅଦା, ହଳଦୀ ସମେତ ବିଭିନ୍ନ ଉଦ୍ୟାନଭିତ୍ତିକ ଫସଲ ଉତ୍ପାଦନର ଏକ ପ୍ରମୁଖ ଅଞ୍ଚଳ।

ଚାଷୀଙ୍କ ଅମଳ ସାମଗ୍ରୀ ସଂରକ୍ଷଣ କରି ଅଭାବୀ ବିକ୍ରି ରୋକିବା ସହ ଉଚିତ ଦର ପାଇବାର ସୁଯୋଗ ସୃଷ୍ଟି ଉଦ୍ଦେଶ୍ୟରେ ୨୦୧୪ ମସିହାରେ ୩୬ ଲକ୍ଷ ୭୦ ହଜାର ଟଙ୍କା ବ୍ୟୟରେ ବାଲିଗୁଡ଼ା ଆଇଟିଡିଏ ଓ ଜାତୀୟ ଉଦ୍ୟାନ ମିଶନ ଯୋଜନା ଅଧୀନରେ ଉଦ୍ୟାନ ବିଭାଗର ମିଳିତ ଉଦ୍ୟମରେ ଏହି ଶୀତଳଭଣ୍ଡାର ନିର୍ମାଣ ହୋଇଥିଲା। ନିର୍ମାଣ ପରେ ଏହା ବ୍ଲକ କୃଷକ ସଂଗଠନକୁ ହସ୍ତାନ୍ତର ହୋଇଥିଲା । ପ୍ରାରମ୍ଭିକ ସମୟରେ ଚାଷୀମାନେ ଏହାର ସୁବିଧା ପାଇଥିଲେ । ହେଲେ ପରବର୍ତ୍ତୀ ସମୟରେ ରକ୍ଷଣାବେକ୍ଷଣ ଓ ପରିଚାଳନାର ଅଭାବରୁ ଏହା ଧୀରେଧୀରେ ଅଚଳ ହୋଇଗଲା ।

ଏବେ ଦୀର୍ଘ ସମୟ ଧରି ବ୍ୟବହାର ନ ହୋଇ ଯନ୍ତ୍ରାଂଶଗୁଡ଼ିକ ନଷ୍ଟ ହେବାକୁ ବସିଛି। ସରକାରୀ ଅର୍ଥରେ ନିର୍ମିତ ସମ୍ପତ୍ତି ଏଭଳି ଅବ୍ୟବହୃତ ହୋଇ ନଷ୍ଟ ହେଉଥିବା ବେଳେ ଦାୟିତ୍ୱ କାହାର—ଏହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଗୋଟିଏ ପଟେ ଚାଷୀ ହାଡ଼ଭଙ୍ଗା ପରିଶ୍ରମ କରି ଅମଳ କରୁଛନ୍ତି, ଅନ୍ୟପଟେ ଉଚିତ ସଂରକ୍ଷଣ ବ୍ୟବସ୍ଥା ନଥିବାରୁ ଅନେକ ସମୟରେ ଅମଳ ସାମଗ୍ରୀକୁ କମ୍‌ ଦରରେ ବିକ୍ରି କରିବାକୁ ପଡ଼ୁଛି। ଏହାର ସିଧାସଳଖ ପ୍ରଭାବ ଚାଷୀଙ୍କ ଆୟ ଉପରେ ପଡ଼ୁଛି। ଏପରି ସ୍ଥିତିରେ ଶୀତଳଭଣ୍ଡାରର ଅବସ୍ଥା ଯାଞ୍ଚ କରି ନଷ୍ଟ ହୋଇଥିବା ଯନ୍ତ୍ରାଂଶ ବଦଳାଇବା, ଆବଶ୍ୟକ ମରାମତି କରିବା ଏବଂ ଏହାକୁ ଶୀଘ୍ର ପୁନଃ କାର୍ଯ୍ୟକ୍ଷମ କରିବାକୁ ଚାଷୀମାନେ ଉଦ୍ୟାନ ବିଭାଗ ନିକଟରେ ଦାବି ଜଣାଇଛନ୍ତି।

ଏନେଇ ଉଦ୍ୟାନ ବିଭାଗ ଅଧିକାରୀ ନିରଞ୍ଜନ ଦ୍ୱିବେଦୀ କହିଛନ୍ତି, ଶୀତଳଭଣ୍ଡାରକୁ ପୁନର୍ବାର କାର୍ଯ୍ୟକ୍ଷମ କରିବା ନେଇ ଚାଷୀମାନେ ତାଙ୍କୁ ଭେଟିଛନ୍ତି। ଏହାକୁ କିପରି ପୁନଃକାର୍ଯ୍ୟକ୍ଷମ କରାଯାଇ ପାରିବ, ସେନେଇ ପଦକ୍ଷେପ ନେବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି। ୩୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଭିତ୍ତିଭୂମି ଯଦି ଚାଷୀଙ୍କ କାମରେ ନ ଆସି ଯନ୍ତ୍ରାଂଶ ସହ ନଷ୍ଟ ହୋଇଯାଏ, ତେବେ ଏହା କେବଳ ଏକ ଅଚଳ ଶୀତଳଭଣ୍ଡାର ନୁହେଁ, ସରକାରୀ ଯୋଜନାର ଉଦ୍ଦେଶ୍ୟ ଓ ରକ୍ଷଣାବେକ୍ଷଣ ବ୍ୟବସ୍ଥା ଉପରେ ମଧ୍ୟ ବଡ଼ ପ୍ରଶ୍ନଚିହ୍ନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version