ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଷ୍ଟାର୍ଟଅପ୍ ଓ ଉଦ୍ୟମିତା ପରିବେଶକୁ ସୁଦୃଢ଼ କରିବା ଲକ୍ଷ୍ୟରେ ସେପ୍ଟେମ୍ବର ୫ ତାରିଖରେ ଫ୍ୟାକଲ୍ଟି ମ୍ୟାନେଜମେଣ୍ଟ ଡେଭଲପମେଣ୍ଟ ପ୍ରୋଗ୍ରାମ୍ (FMDP)ର ଶୁଭାରମ୍ଭ କରାଯାଇଥିଲା । ଏହାର ଜାତୀୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସେପ୍ଟେମ୍ବର ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ଗୁଜରାଟର ଅହମଦାବାଦସ୍ଥିତ ଏଣ୍ଟରପ୍ରେନ୍ୟୁରସିପ୍ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (EDII)ରେ ଅନୁଷ୍ଠିତ ହୋଇଥିଲା ।

















