ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଆଶ୍ୱିନ ମାସର ପ୍ରଥମ ମଙ୍ଗଳବାର ଯାତ୍ରା ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଅବସରରେ ମା’ ପାଟଖଣ୍ଡା ମନ୍ଦାର ମାଳିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ପ୍ରତ୍ୟୁଷରୁ ମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କର ପୂଜାର୍ଚ୍ଚନା ଓ ନୀତିକାନ୍ତି ସମ୍ପନ୍ନ ହୋଇଥିଲା ।















