ସ୍ୱାଭାବିକ ଜୀବନଯାତ୍ରା ଅବ୍ୟାହତ, ଖୋଲା ରହିଲା ଦୋକାନ ବଜାର ଓ ଯାନବାହନ ଚଳାଚଳ
ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ୱାଭାବିକ ଭାବେ ଜନଜୀବନ ଚାଲିଥିବା ବେଳେ ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିଥିଲା । ଏଥିସହ ବସ୍, ଅଟୋ ଓ ଅନ୍ୟାନ୍ୟ ଯାନବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିଥିଲା । ବାଲିଗୁଡ଼ା ସହରର ପ୍ରମୁଖ ଛକ ଓ ବଜାର ଅଞ୍ଚଳରେ ଲୋକଙ୍କ ଚଳପ୍ରଚଳ ସାଧାରଣ ଦିନ ଭଳି ଦେଖିବାକୁ ମିଳିଥିଲା ।
















