ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କ୍ରୀଡା ପ୍ରତିଭା ଅନ୍ଵେଷଣ ଓ ବିକାଶର ଲକ୍ଷ୍ୟ ନେଇ ସ୍ଥାନୀୟ କନ୍ଧମାଳ ଷ୍ଟାଡିୟମ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଜେଶ କୁମାର ସ୍ଵାଇଁଙ୍କ ସଭାପତିତ୍ୱରେ ୨୦୨୬-୨୭ ଶିକ୍ଷାବର୍ଷର ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଅଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶମ୍ଭୁନାଥ ନନ୍ଦି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସତ୍ୟଜିତ ଦାଶ ଯୋଗ ଦେଇଥିଲେ ।















