କଣ୍ଟାବାଞ୍ଜି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ବଣିକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦ ସହ ଅନୁଷ୍ଠିତ ହୋଇଯାଇଛି। ସଂଘର ସଦସ୍ୟମାନେ ପରସ୍ପରକୁ ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହ ଭାଇଚାରା ଓ ଏକତାକୁ ଆହୁରି ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।
















