ପଡ଼ିଆ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ସଦର ମହକୁମାରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଭିନ୍ନ ବିଭାଗର ସରକାରୀ ଯୋଜନା ଓ ଜନସେବାକୁ ସାଧାରଣ ଲୋକଙ୍କ ନିକଟରେ ସହଜରେ ପହଞ୍ଚାଇବା ତଥା ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଏହି କାର୍ଯ୍ୟକ୍ରମ ଜରିଆରେ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଇଅଛି । ପଡିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଶ୍ଵିନି କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଧାୟକଙ୍କ ଜିଲ୍ଲା ପ୍ରତିନିଧି ନିହାର ରାୟ, ପଡିଆ ବ୍ଲକ ସାଂସଦଙ୍କ ପ୍ରତିନିଧି ପି ଭେଙ୍କେଟେଶ୍ୱର ରାଓ, ବ୍ଲକ ବିଜେପି ସଭାପତି କୋଟାମ ବାଲାୟା,
















