No Result
View All Result

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ) (ନି.ପ୍ର) :- ଗଜପତି ଜିଲ୍ଲା ଆର୍.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାକେଶ କୁମାର ସାହୁ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ ।

ଉକ୍ତ ଶିବିରରେ ମୋଟ ୧୬ ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪ଟି ବ୍ୟକ୍ତିଗତ ଏବଂ ୧୬ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା । ସେଥିମଧ୍ୟରୁ ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,

ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖସେଲ୍,ତହସିଲଦାର ଶ୍ରୀ ଜ୍ଯୋତି ମୟ ଦାଶଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ ।


No Result
View All Result