ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପାଠପଢ଼ା ସହିତ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ସୃଜନଶୀଳତାକୁ ଲୋକଲୋଚନକୁ ଆଣିବାର ଏକ ଅନନ୍ୟ ମଞ୍ଚ ପାଲଟିଛି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’। ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦ଟି ବିଦ୍ୟାଳୟ ଓ ୨ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାୟ ୨୫୦ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ବାଗ ମୁଖ୍ୟ ଅତିଥି ଏବଂ ସିଡିପିଓ ଇନ୍ଦିରା ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏଭଳି ମଞ୍ଚ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ,
















