• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦିବାସୀ ମହାବିଦ୍ୟାଳୟରେ ଏବିଭିପି ପ୍ରାର୍ଥୀଙ୍କ ବାଜିମାତ : ସଭାପତି ଭାବେ ଶ୍ରୀଧର ସିଅ, ସମ୍ପାଦକ ଭାବେ ଅଭୟ ପାଟମାଝି ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
October 17, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଆଦିବାସୀ ମହାବିଦ୍ୟାଳୟରେ ଏବିଭିପି ପ୍ରାର୍ଥୀଙ୍କ ବାଜିମାତ : ସଭାପତି ଭାବେ ଶ୍ରୀଧର ସିଅ, ସମ୍ପାଦକ ଭାବେ ଅଭୟ ପାଟମାଝି ବିଜୟୀ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ଦୀର୍ଘ ୪୬ ବର୍ଷର ଅପେକ୍ଷାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଗଣତାନ୍ତ୍ରିକ ପରମ୍ପରାର ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ। ଦୀର୍ଘ ବ୍ୟବଧାନ ପରେ ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ଛାତ୍ର ସଂସଦ ନିର୍ବାଚନ ସଫଳତାର ସହ ଶେଷ ହୋଇଛି। ଏହି ନିର୍ବାଚନରେ ମୋଟ ୭୨.୮୬ ପ୍ରତିଶତ ମତଦାନ ହୋଇଥିବା ବେଳେ ୮ଟି ବିଭିନ୍ନ ପଦବି ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିଥିବା ୩୧ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହା ସହ ମହାବିଦ୍ୟାଳୟରେ ଛାତ୍ର ନେତୃତ୍ୱ ଓ ପ୍ରତିନିଧିତ୍ୱର ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହୋଇଛି । ଗୁରୁବାର ୧୫ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମହାବିଦ୍ୟାଳୟରେ ମତଦାନ ହୋଇଥିଲା ।

ମତଦାନ ପରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହୋଇ ମୋଟ ୯ ରାଉଣ୍ଡରେ ଗଣତି ଶେଷ ହୋଇଥିଲା । ଅପରାହ୍ନ ୫ଟାରେ ନିର୍ବାଚନ ଫଳାଫଳ ଘୋଷଣା କରାଯାଇଥିଲା । ସମସ୍ତ ୮ଟି ପଦବି ପାଇଁ ମୋଟ ୩୧ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାରୁ ନିର୍ବାଚନକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା । ଘୋଷିତ ଫଳାଫଳ ଅନୁଯାୟୀ, ସଭାପତି ପଦରେ ଶ୍ରୀଧର ସିଅ ୩୬୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି । ଉପସଭାପତି ପଦରେ ଅବିନାଶ ମସିହା ଦିଗାଳ ୩୭୫ ଖଣ୍ଡ ଭୋଟ ପାଇ ବିଜୟ ହାସଲ କରିଛନ୍ତି । ସେହିପରି ସାଧାରଣ ସମ୍ପାଦକ ଭାବେ ଅଭୟ ପାଟମାଝି ୩୭୧ ଖଣ୍ଡ ଭୋଟ ପାଇଥିବା ବେଳେ ସହସମ୍ପାଦକ ଭାବେ ଅଂଶୁମାନ ବେହେରା ୩୧୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି ।

ଅନ୍ୟ ପଦବିଗୁଡ଼ିକ ମଧ୍ୟରେ ଡିଏସଏ ସମ୍ପାଦକ ଭାବେ ଇତି ନାୟକ ୩୭୦ ଖଣ୍ଡ ଭୋଟ ପାଇଥିବା ବେଳେ ଡିଏସଏ ସହସମ୍ପାଦକ ଭାବେ ବିଜୟ କହଁର ୪୦୧ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। କ୍ରୀଡ଼ା ସମ୍ପାଦକ ପଦରେ ଇସାକ ନାୟକ ୨୮୫ ଖଣ୍ଡ ଭୋଟ ପାଇଥିବା ବେଳେ କ୍ରୀଡ଼ା ସହସମ୍ପାଦକ ଭାବେ ସୌମ୍ୟ ରଞ୍ଜନ ମଲ୍ଲିକ ୩୮୪ ଖଣ୍ଡ ଭୋଟ ପାଇ ବିଜୟ ଲାଭ କରିଛନ୍ତି। ପ୍ରକାଶିତ ପ୍ରାର୍ଥୀ ତାଲିକା ଅନୁଯାୟୀ, ସଭାପତି ପଦ ପାଇଁ ୭ ଜଣ, ଉପସଭାପତି ପଦ ପାଇଁ ୪ ଜଣ, ସାଧାରଣ ସମ୍ପାଦକ ପଦ ପାଇଁ ୪ ଜଣ, ସହସମ୍ପାଦକ ପଦ ପାଇଁ ୩ ଜଣ, ଡିଏସଏ ସମ୍ପାଦକ ପଦ ପାଇଁ ୩ ଜଣ, ଡିଏସଏ ସହସମ୍ପାଦକ ପଦ ପାଇଁ ୩ ଜଣ, କ୍ରୀଡ଼ା ସମ୍ପାଦକ ପଦ ପାଇଁ ୪ ଜଣ ଏବଂ କ୍ରୀଡ଼ା ସହସମ୍ପାଦକ ପଦ ପାଇଁ ୩ ଜଣ ପ୍ରାର୍ଥୀ ରହିଥିଲେ। ଏହିପରି ମୋଟ ୩୧ ଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ ନିଜ ଭାଗ୍ୟ ପରୀକ୍ଷା କରିଥିଲେ।

ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ନିର୍ବାଚନ ନିର୍ବାଚନ ପ୍ରକ୍ରିୟାକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷ ଭାବେ ସମ୍ପନ୍ନ କରିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଥିଲା। ଏଥିସହ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଏହି ନିର୍ବାଚନ ପ୍ରକ୍ରିୟା ସମୟରେ କଲେଜ ପରିଚାଳନା କମିଟିର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ, ମାଜିଷ୍ଟ୍ରେଟ ତଥା ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ନିର୍ବାଚନ ଅଧିକାରୀ ଅଧ୍ୟାପକ ତେଜେଶ୍ୱର ନାୟକ, ସହନିର୍ବାଚନ ଅଧିକାରୀ ଅଧ୍ୟାପକ ସରୋଜ ପାଠୀ ଓ ଅଧ୍ୟାପକ ହିମାଂଶୁ ଶେଖର ସାହୁ ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

ନିର୍ବାଚନ ଫଳାଫଳ ଘୋଷଣା ପରେ ଏବେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ନେଇ ଅପେକ୍ଷା ରହିଛି । ଆସନ୍ତା ୧୬ ତାରିଖରେ ବିଜୟୀ ଛାତ୍ର ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ। ଦୀର୍ଘ ୪୬ ବର୍ଷର ବ୍ୟବଧାନ ପରେ ଆୟୋଜିତ ଏହି ନିର୍ବାଚନ ମହାବିଦ୍ୟାଳୟର ଛାତ୍ର ରାଜନୀତିରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଥିବା ବେଳେ ନବନିର୍ବାଚିତ ପ୍ରତିନିଧିମାନେ ଛାତ୍ରଛାତ୍ରୀଙ୍କ ସମସ୍ୟା ଓ ଦାବିକୁ କେତେ ଗୁରୁତ୍ୱ ଦେଉଛନ୍ତି, ତାହା ଆଗାମୀ ଦିନରେ ଗୁରୁତ୍ୱ ବହନ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026
ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

October 17, 2026
ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026
ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version