ବାଲିଗୁଡା (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ଜଙ୍ଗଲ ସମ୍ପଦ ଉପରେ କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି! ପାଲ ଘୋଡ଼ାଇ ଟ୍ରକ୍ରେ ବୋଝେଇ ହୋଇଥିବା ବହୁ ପରିମାଣର ମୂଲ୍ୟବାନ ଶାଳ କାଠକୁ ଚୋରା ଚାଲାଣ କରାଯାଉଥିବା ବେଳେ ବନ ବିଭାଗ ଏହାକୁ ଧରିବାରେ ସଫଳ ହୋଇଛି । କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ବନାଞ୍ଚଳ ଅନ୍ତର୍ଗତ ସିମନବାଡ଼ି ଉପବିଭାଗ ଓ କ. ନୂଆଗାଁ ବନାଞ୍ଚଳର କର୍ମଚାରୀଙ୍କ ମିଳିତ ଚଢ଼ାଉରେ ଟ୍ରକ୍ ସହ ବିପୁଳ ପରିମାଣ ର ଶାଳ କାଠ ଜବତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି । ପ୍ରାଥମିକ ସୂଚନା ଅନୁଯାୟୀ, ଜାତୀୟ ରାଜପଥ ୫୯ର ସିମନବାଡ଼ିଠାରୁ କଞ୍ଜାମେଣ୍ଡି ଛକ ମଧ୍ୟରେ ଓଡ଼ି-୦୫-ବିଜେ-୪୭୭୪ ନମ୍ବର ବିଶିଷ୍ଟ ଟ୍ରକ୍ଟିକୁ ବନ କର୍ମଚାରୀ ମାନେ ଅଟକାଇ ଯାଞ୍ଚ କରିଥିଲେ ।
















