ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ଶାଖା, ମାଲକାନଗିରିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରୁ ଜିଲ୍ଲାପାଳ ପୂର୍ବାହ୍ନରେ ପତାକା ଦେଖାଇ ଏକ ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍, ବନଖଣ୍ଡ ଅଧିକାରୀ ସାଇ କିରଣ ଡି ଏନ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଉପସ୍ଥିତ ରହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।















